୧୧ଟି ଜିଲାକୁ ସତର୍କ ସୂଚନା ଜାରି

0

ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଆଜି ୧୧ଟି ଜିଲାକୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଢେଙ୍କାନାଳ, ରାୟଗଡା, ନବରଙ୍ଗପୁର, ଯାଜପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଜିଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଝଡତୋଫାନ ଓ ବଜ୍ରପାତର ସମ୍ଭାବନା ରହିଥିବାର ଆଶଙ୍କାକୁ ନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ସମୟରେ ଘରୁ ନ ବାହାରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।

Leave A Reply