ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ କୋଠା ଭୁଶୁଡ଼ିଲା; ୧୧ ମୃତ, ୨୦ ଆହତ

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ମାଉ ଜିଲା ବଲୀଦପୁର ନଗର ପଞ୍ଚାୟତରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟିବା ପରେ ଏକ ୨ ମହଲା ବିଶିଷ୍ଟ କୋଠା ଭୁଶୁଡ଼ି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି।

ସୋମବାର ସକାଳ ପ୍ରାୟ ୬ଟା ୪୫ରେ ଏହି ଦୁର୍ଘଟଣା ଘଟିଛି। ଜଣେ ବ୍ୟକ୍ତିଙ୍କ ଘରେ ସକାଳେ ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗିଯାଇଥିଲେ। ସ୍ଥାନୀୟ କେତେଜଣ ଲୋକ ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ। କିନ୍ତୁ ହଠାତ ସିଲିଣ୍ଡର ବିସ୍ଫୋରଣ ଘଟିଥିଲା। ଫଳରେ ୨ମହଲା କୋଠାଟି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିଲା। ଖବରପାଇ ପୁଲିସ ଏବଂ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ଭଙ୍ଗା କୋଠା ତଳେ ଚାପି ହୋଇ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲକୁ ନିଆଯାଇଛି।

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଆହତମାନଙ୍କୁ ସମସ୍ତ ପ୍ରକାର ମେଡିକାଲ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି।

Comments are closed.