ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି ହେଲେ ମୃତ୍ୟୁ ସଂଖ୍ୟରେ ଲାଗୁନି ବ୍ରେକ୍‌, ଆଜି ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ଵର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି କିନ୍ତୁ କରୋନା ମୃତ୍ୟୁ ସଂଖ୍ୟାରେ ରୋକ୍‌ ଲାଗି ପାରୁନି। ଏହାରି ମଧ୍ୟରେ ଆଜି ଆଉ ୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜି ମୃତ୍ୟୁବରଣ କରିଥିବା ୧୨ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜିନିତ ମୃତ୍ୟୁ ସଂଖ୍ୟା ୧୪୯୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।


୧୨ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ୩ ଜଣ, ଖୋର୍ଦ୍ଧା ଓ ଢ଼େଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ରହିଛନ୍ତି ।

Comments are closed.