ରାଜ୍ୟରୁ ଆଉ ୧୨ ଜଣଙ୍କ ଜୀବନ ନେଲା କରୋନା, ୨୫୯ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରୁ ଆଉ ୧୨ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜି ମୃତ୍ୟୁ ବରଣ କରିଥିବା ୧୨ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୨୫୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ଆଜି ମୃତ୍ୟୁ ବରଣ କରିଥିବା ୧୨ ଜଣଙ୍କ ମଧ୍ୟରୁ  ଗଞ୍ଜାମ, କେନ୍ଦୁଝର, କନ୍ଧମାଳ ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏଁଙ୍କ ହୋଇଥିବା ବେଳେ  କରୋନାରେ ବାଲେଶ୍ୱର, ବରଗଡ଼, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି ।

Comments are closed.