MEllora 950×100

ଦେଶରେ ୧୨,୫୧୬ ନୂଆ ସଂକ୍ରମିତ ଚିହ୍ନଟ; ୫୦୧ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨,୫୧୬ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏଥିସହିତ ଦିନକ ମଧ୍ୟରେ ୫୦୧ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି । ଦିନକ ମଧ୍ୟରେ ୧୩,୧୧୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ୩,୩୮,୧୪,୦୮୦ ଜଣ ସୁସ୍ଥ ହୋଇସାରିଲେଣି । ସଂପ୍ରତି ୧,୩୭,୪୧୬ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି । କରୋନାରୁ ଆରୋଗ୍ୟ ହାର ୯୮.୨୬% ରହିଛି, ଯାହା ୨୦୨୦ ମାର୍ଚ୍ଚ ପରବର୍ତ୍ତୀ ସମୟରେ ସର୍ବାଧିକ । ଗୁରୁବାର ସଂଧ୍ୟା ସୁଦ୍ଧା ମୋଟ ୧୧୦.୭୯ କୋଟି ପାନ କୋଭିଡ ଟିକା ଦେଶରେ ଦିଆଯାଇସାରିଛି ।

Comments are closed.