ଗୁରୁବାର ରାଶିଫଳ (୧୩.୦୫.୨୦୨୧)

ମେଷ: ଭାଗ୍ୟଶାଳୀ ହୋଇ ପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁର ଭାଷା, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହେବା ଆଶା କରାଯାଏ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉତ୍ତମ ମିତ୍ରର ସାନିଧ୍ୟ ଓ ପରାମର୍ଶ ମିଳିବ।
ବୃଷ: ସୁଖ-ସମ୍ମାନ ଲାଭ କରିବେ। ଆୟ ଉତ୍ତମ ଧରଣର ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲି-ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି। ସମ୍ପତ୍ତିବାନ୍‌ ହେବେ।
ମିଥୁନ: ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। କର୍ମ ଚଞ୍ଚଳ ରହିବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ସାମୟିକ ଭାବେ ନିରୋଳା ଜୀବନଯାପନ କରିପାରନ୍ତି। ମଧୁର କଥା କହି ପରକୁ ଆପଣାର କରିବେ। ସାହସୀ ଓ ଜ୍ଞାନୀ ହେବେ।
କର୍କଟ: ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶ୍ବସୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ଜ୍ବରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ।
ସିଂହ: ପ୍ରଶାସନର ଅନୁରକ୍ତ ହୋଇ ପାରନ୍ତି। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସ୍ବାସ୍ଥ୍ୟ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ୍ବସୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।
କନ୍ୟା: ମନରେ ସେବାଭାବ ଜାଗ୍ରତ ହୋଇପାରେ। ଭାଗ୍ୟଶାଳୀ ହେବେ। ଭୋଗବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ପ୍ରବଳ ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ତୁଳା: ସାମାନ୍ୟ ଅସୁସ୍ଥ ଅନୁଭବ କରିପାରନ୍ତି। ପରିସ୍ଥିତିରେ ପଡ଼ି ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ କରଛଡ଼ା ଦେଇ ପାରନ୍ତି। ପ୍ରତ୍ୟେକ କାର୍ଯ୍ୟରେ ସତର୍କ ହେବେ।
ବିଛା: ବନ୍ଧୁ ଓ ଆତ୍ମୀୟ ଲୋକଙ୍କ ସହଯୋଗ ପାଇ ଖୁସି ହେବେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜସେବାରେ ନିୟୋଜିତ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିଲେ ଉପକୃତ ହେବେ।
ଧନୁ: ସ୍ବକାର୍ଯ୍ୟ ଶୈଳୀରେ ଆତ୍ମସନ୍ତୋଷ ମିଳିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ୍‌ ହେବେ। ଶତ୍ରୁହନ୍ତା ହେବା ଆଶା କରାଯାଏ। କୋଷ୍ଟକାଠିନ୍ୟରେ ସାମାନ୍ୟ ପେଟ ଯନ୍ତ୍ରଣା ଅନୁଭବ କରି ପାରନ୍ତି।
ମକର: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳବ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଲଟେରି ଲାଭ ମିଳିପାରେ।
କୁମ୍ଭ: ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଲାଭ ମିଳିପାରେ। ପ୍ରେମୀ ଓ ବୁଦ୍ଧିମାନ ହେବେ।
ମୀନ: ସାଧନରେ ସିଦ୍ଧିପ୍ରାପ୍ତ ହେବେ। ମଧୁର ଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିପାରେ।

Comments are closed.