ରାଜ୍ୟରେ ଆଉ ୧୩୦ କରୋନା ପଜିଟିଭ୍ ଚିହ୍ନଟ, ୨୬୦୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଶୁକ୍ରବାର ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ୧୩୦ ସଂକ୍ରମିତଙ୍କ ମଧ୍ୟରୁ ୧୨୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ବିଟ ଯୋଗେ ସୂଚନା ଦେଇଛି ।

ଶୁକ୍ରବାର ଚିହ୍ନଟ ହୋଇଥିବା ୧୩୦ ସଂକ୍ରମିତଙ୍କ ମଧ୍ୟରୁ କୋରାପୁଟ ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨ ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୭ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ ଜଣ, କଟକ ଜିଲ୍ଲାରୁ ୨୩ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ୩ ଜଣ, ଭଦ୍ରକ ୪ ଜଣ, କେନ୍ଦୁଝର ୨ ଜଣ, କନ୍ଧମାଳ ୩ ଜଣ, କଳାହାଣ୍ଡି ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, ସୋନପୁର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୬୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୧୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ବେଳେ ୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Comments are closed.