ଭୁବନେଶ୍ବରରୁ ଆଉ ୧୩୭ ପଜିଟିଭ୍ ଚିହ୍ନଟ, ୨୫ ଶହ ଟପିଲା ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରୁ ଆଉ ୧୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୧୩୭ ପଜିଟିଭଙ୍କ ମଧ୍ୟରୁ ୯୮ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୩୯ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୨୫୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୨୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୧୨୭୧ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।

Comments are closed.