ରାଜ୍ୟରେ ଦିନକରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ରାୟଗଡା ଜିଲାରୁ ସର୍ବାଧିକ ୪ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଥିବାବେଳେ କେନ୍ଦୁଝରରେ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି ଗଞ୍ଜାମ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡରୁ ଜଣେ ଲେଖାଏଁ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଭଦ୍ରକ, ବଲାଙ୍ଗୀର, ବଉଦ, ଦେବଗଡରୁ ମଧ୍ୟ ଜଲେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୦୬୮କୁ ବୃଦ୍ଧିପାଇଛି।

Comments are closed.