ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତ ସଂଖ୍ୟା ୩୯୧କୁ ବୃଦ୍ଧି

ଭୁବନେଶ୍ଵର: ରାଜ୍ୟରେ କରୋନା ଭୂତାଣୁ ଦ୍ବାରା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ସକାଳେ ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ​‌ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୯୧କୁ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୋମବାର ସକାଳୁ ଚିହ୍ନଟ ହୋଇଥିବା ୧୪ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୧୨ ଜଣ ଥିବାବେଳେ ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାରୁ ଜଣେ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତ ସଂଖ୍ୟା ୧୩୭ରେ ପହଞ୍ଚିଛି। ସେହିପରି ସୁନ୍ଦରଗଡ଼ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୪ ଏବଂ କେନ୍ଦ୍ରାପଡ଼ା ଜିଲାରେ ୯କୁ ବୃଦ୍ଧି ପାଇଛି।

Comments are closed.