ରାଜ୍ୟରେ ଆଉ ୧୪୩ କରୋନା ପଜିଟିଭ୍ ଚିହ୍ନଟ, ୨୩୮୮ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଆଜି ଆଉ ୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ୧୪୩ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ୧୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜଣ ସ୍ଥାନୀୟ ବ୍ୟକ୍ତି ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧ଲକ୍ଷ ୬୨ ହଜାର ୮୯୧ ଟି ନମୁନା ପରୀକ୍ଷଣ ହୋଇଥିବା ବେଳେ ମୋଟ୍ ୨୩୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ଅନ୍ୟ ଦୁଇ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି । ସେହିପରି ବର୍ତ୍ତମାନ ୧୦୫୪ ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.