ଗୋଟିଏ ଦିନରେ ରାଜ୍ୟରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଗୋଟିଏ ଦିନରେ ୧୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ସେହିଭଳି ଗଜପତି ଓ କଳାହାଣ୍ଡି ଜିଲାରୁ ୩ ଜଣ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାୟଗଡା ଓ ସୁନ୍ଦରଗଡ ଜିଲାରୁ ୨ ଜଣ ଲେଖାଏଁ, ପୁରୀ, ସମ୍ବଲପୁର, ଗଜପତି, କଳାହାଣ୍ଡି ଜିଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୨୧୦୪କୁ ବୃଦ୍ଧିପାଇଛି।

Comments are closed.