ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୪ କରୋନା ଆକ୍ରାନ୍ତ : ଆରୋଗ୍ୟଙ୍କ ସଂଖ୍ୟା ୫୩୫୩କୁ ବୃଦ୍ଧି

ରାଜ୍ୟରେ ବୁଧବାର ଆଉ ୧୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୫୩୫୩କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି।

ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଗଂଜାମରୁ ୪୮, ଜଗତସିଂହପୁରରୁ ୩୧, ବାଲେଶ୍ୱରରୁ ୨୬, କଟକରୁ ୨୫, ଯାଜପୁର ଓ ଖୋର୍ଦ୍ଧାରୁ ୧୨ ଜଣ ଲେଖାଏଁ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ, କେନ୍ଦୁଝରରୁ ୨ ଏବଂ ଭଦ୍ରକ ଓ ନୟାଗଡ଼ରୁ ଜଣେ ଲେଖାଏଁ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ ଲକ୍ଷ ୭୦ ହଜାର ୬୭୮ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ୭ ହଜାର ୩୧୬ଟି ନମୁନା ପଜିଟିଭ ଆସିଛି। ସେହିପରି କରୋନା ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ୨୫ରେ ପହଁଚିଥିବା ବେଳେ ୨ ହଜାର ୯୪ଜଣ ସକ୍ରିୟ ଚିକିତ୍ସାଧୀନ ଅଛନ୍ତି।

Comments are closed.