ମଙ୍ଗଳବାର ରାଶିଫଳ ( ୧୬-୦୨-୨୦୨୧ )

ମେଷ: କାର୍ଯ୍ୟ ସଂପୂର୍ଣ୍ଣ କରିବା କଷ୍ଟ ସାଧ୍ୟ ହେବ। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା, କଫଜନିତ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି। ନିରୋଳାରେ ସମୟ କଟାଇବାକୁ ଇଚ୍ଛା କରିପାରନ୍ତି। ଧର୍ମ କାର୍ଯ୍ୟରେ ବହୁ ବ୍ୟୟ କରିପାରନ୍ତି।

ବୃଷ: ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାରେ ରୁଚି ରହିବ।

ମିଥୁନ: ଶ୍ରମ ସାର୍ଥକ ହେବ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ।

କର୍କଟ: ସେବା ପୂଜାରେ ମନୋନିବେଶ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମୟିକ ଭାବେ ଅର୍ଥାଭାବ ଘଟିବାର ସମ୍ଭାବନା ଅଛି। ଅଷ୍ଟମ ଚନ୍ଦ୍ରଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ। ଜଳଯାତ୍ରା ନିଷେଧ।

କନ୍ୟା: ବନ୍ଧୁ ମିଳନ ଘଟିପାରେ। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। ମନରେ ସେବାଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଅବିବାହିତଙ୍କର ବିବାହ ସମ୍ବନ୍ଧ ସ୍ଥିର ହେବ।

ତୁଳା: ବଦଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି ସୁନାମ ଅର୍ଜନ କରିବେ।

ବିଛା: କର୍ମଚଞ୍ଚଳ ରହିବେ। କଥା କମ୍‌, କାର୍ଯ୍ୟ ବେଶି କରିପାରନ୍ତି। ଆକସ୍ମିକ ଧନ ଲାଭ ହେବାର ସୂଚନା ମିଳୁଛି। ଗଚ୍ଛିତ ଧନ ମିଳିପାରେ। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ।

ଧନୁ: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷିକ୍ଷେତରୁ ଲାଭ ମିଳିବ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ମକର: ମନ ପ୍ରସନ୍ନ ରହିବ। ବିଭିନ୍ନ ସ୍ତରରେ ସମ୍ମାନିତ ହୋଇପାରନ୍ତି। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

କୁମ୍ଭ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ଲାଭ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ନୀତିନିଷ୍ଠ ହେବେ।

ମୀନ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି। ଲୋକପ୍ରିୟ ହେବେ।

Comments are closed.