ଆଉ ୧୮୬ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୫ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।


ଆଜି ଚିହ୍ନଟ ହୋଇଥିବା ୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୧ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ ଜଣ, ଯାଜପୁର ଜିଲ୍ଲାରୁ ୧୨ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୫ ଜଣ, ବରଗଡ ଜିଲ୍ଲାରୁ ୧୬ ଜଣ, କନ୍ଧମାଳ ଜିଲ୍ଲାରୁ ୨୨ ଜଣ, କଳାହାଣ୍ଡି ୧୬ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ରହିଛନ୍ତି । ସେହିଭଳି ଓଡ୍ରାଫ୍/ଏନଡିଆରଏଫ/ଅଗ୍ନିଶମ ସେବାର ୧୩ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏହି କର୍ମଚାରୀମାନେ ପଶ୍ଚିମବଙ୍ଗରୁ ଅମ୍ଫାନ୍‌ର ଡ୍ୟୁଟି ସାରି ଫେରିଥିଲେ

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୯୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୫୯୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ୧୦ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ଏବଂ ୩ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩୦୧ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.