ରବିବାର ରାଶିଫଳ ୧୯.୦୪.୨୦୨୦

ମେଷ: ସମ୍ମାନିତ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ। ସରକାରୀ ମାନ୍ୟତାପ୍ରାପ୍ତି ସହିତ ଅର୍ଥପ୍ରାପ୍ତିର ଅପୂର୍ବ ସୁଯୋଗ ସୃଷ୍ଟି ହୋଇଛି।
ବୃଷ: ଯୋଗାଯୋଗ ସୁଫଳଦାୟୀ ହେବ। ଶୁଭଫଳ ଆଶା କରାଯାଏ। କୁଳ ଦୀପକ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।
ମିଥୁନ: ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧାର୍ମିକ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କର୍କଟ: ଯୋଗାଯୋଗରେ ସୁଫଳ ପାଇବ। କଷ୍ଟସାଧ୍ୟ ହେବ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
ସିଂହ: ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। କିଛି ଭଲ କାର୍ୟ୍ୟ କରିବା ଦ୍ବାରା ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ୟ୍ୟବାନ୍‌ ହେବେ। ପତ୍ନୀଙ୍କ କଥାରେ ଚଳିବେ।
କନ୍ୟା: ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଚାକିରିକ୍ଷେତ୍ରରେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ବିନୀତ ସ୍ବଭାବର ହେବେ।
ତୁଳା: ନିର୍ଭରଶୀଳ ନ ହୋଇ ନିଜ ବୁଦ୍ଧି ବଳରେ କାର୍ୟ୍ୟ କରି ଚାଲିବେ। ପ୍ରତ୍ୟେକ କାର୍ୟ୍ୟ ଶୀଘ୍ର ଶେଷ କରିବାକୁ ଉଦ୍ୟମ ଜାରି ରଖିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣି ଫଳ ଆପଣଙ୍କ ସପକ୍ଷରେ ଯିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।
ବିଛା: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ଶରୀର ସୁସ୍ଥ ରହିବ। କୃଷି କର୍ମକାରୀ ହୋଇପାରନ୍ତି। ଯାନବାହନ ସୁଖ ମିଳିପାରେ।
ଧନୁ: ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରବୃତ୍ତିର ଓ ମେଳାପୀ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁ ପ୍ରେମୀ ଓ ବିଦ୍ବାନ୍‌ ହେବେ।
ମକର: ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ବ୍ୟକ୍ତିତ୍ବର ବିକାଶ ଘଟିବ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ପାଇବେ। ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି। ବ୍ୟବସାୟ ଭଲରେ ଚାଲିବ।
କୁମ୍ଭ: ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଐଶ୍ବର୍ୟ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନପ୍ରାପ୍ତିର ସୂଚନା ମିଳୁଛି। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଚିନ୍ତାଧାରା ମହତ ହେବ।
ମୀନ: ଜନସାଧାରଣଙ୍କର ସ୍ନେହଭାବ ରହିବ। ସାମୟିକ ଭାବେ ଏକାନ୍ତରେ ରହିବାକୁ ଇଚ୍ଛା କରିପାରନ୍ତି। ମଧୁରଭାଷୀ ଭାବେ ସାଧାରଣ କ୍ଷେତ୍ରରେ ଆଦରଣୀୟ ହେବେ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

Comments are closed.