ରାଜ୍ୟରେ ୫୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଆଉ ୧୯୭୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟର ୩୦ ଜିଲାରୁ ଆଜି ଆଉ ୧୯୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଶୁକ୍ରବାର ଚିହ୍ନଟ ୧୯୭୭ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୪ ହଜାର ୬୩୦ ରେ ପହଞ୍ଚିଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୨୪୧ କ୍ବାରେଣ୍ଟାଇନରୁ ଥିବା ବେଳେ ୭୩୬ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୮ ଲକ୍ଷ ୭ ହଜାର ୮୨୬ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୫୪ ହଜାର ୬୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ ହଜାର ୯୦୦ ଜଣ ସୁସ୍ଥ ହୋଇଥିବା ବେଳେ ୩୧୪ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି ଏବଂ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟରୋଗ କାରଣରୁ ମୃତ୍ୟୁବରଣ କରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ୧୬ ହଜାର ୩୫୩ ଜଣ ଚିକିତ୍ସିତ ହେଉଛନ୍ତି।

Comments are closed.