ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା ; ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ଘଟିଛି। ଫଳରେ ରାଜ୍ୟରେ ମଙ୍ଗଳବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୫୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୭ ଜଣ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲାରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ବରରୁ ୩ ଜଣ ପ୍ରାଣ ହରାଇଥିବା ବେଳେ ପୁରୀ ଜିଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ବାଲୋଶ୍ବର, ବଲାଙ୍ଗୀର, ଜହତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.