ଆଜି ଯୁକ୍ତ ଦୁଇ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା : ୬ରୁ୮ ମଧ୍ୟରେ ହେବ ନାମଲେଖା

ଭୁବନେଶ୍ବର : ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା କନିଷ୍ଠ ମହାବିଦ୍ୟାଳୟ(ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ)ରେ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହୋଇଥିବାବେଳେ ଆଜି ଦ୍ବିତୀୟ ପର୍ଯ୍ୟାୟ କଟ୍‌ଅଫ ମାର୍କ ବା ମେଧା ତାଲିକା ପ୍ରକାଶ ପାଇବ।
୨୦୨୦-୨୧ ଶିକ୍ଷାବର୍ଷରେ ରାଜ୍ୟର ୨ ହଜାର ୨୮ଟି କଲେଜର ୪ ଲକ୍ଷ ୫୩ ହଜାର ୬୪୩ ସିଟ୍‌ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୨ଲକ୍ଷ ୯୪ ହଜାର ୭୩୫ ବିଦ୍ୟାର୍ଥୀ ନାମ ଲେଖାଇଛନ୍ତି। ଆସନ୍ତାକାଲି ୫ ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବା। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ୬ରୁ ୮ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ୮ ତାରିଖ ସୁଦ୍ଧା ଦ୍ବି୍ତୀୟ ପର୍ଯ୍ୟାୟ ନାମଲେଖାର ତଥ୍ୟା ଅନ୍‌ଲାଇନ୍‌ରେ ଅପଲୋଡ୍‌ କରାଯିବ।
୧୩ ତାରିଖରେ ସ୍ପଟ୍‌ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ୧୩ରୁ୧୫ ମଧ୍ୟରେ ବଳକା ସିଟ୍‌ ପାଇଁ ଛାତ୍ରଛାତ୍ରୀ ଆବେଦନ କରିବେ। ୧୫ରେ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୧୬ରେ ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ। ଅକ୍ଟୋବର ୧୭ ସୁଦ୍ଧା ନାମଲେଖା ପ୍ରକ୍ରିୟ‌ା ଶେଷ ହେବ।

Comments are closed.