୫ରେ +୨ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା

ଭୁବନେଶ୍ବର:ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା କନିଷ୍ଠ ମହାବିଦ୍ୟାଳୟ (ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ)ରେ +୨ ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ବିଦ୍ୟାର୍ଥୀଙ୍କ ନାମଲେଖା ଚଳିତ ୨୧ରୁ ଆରମ୍ଭ ହୋଇ ବୁଧବାର ଶେଷ ହୋଇଛି। ୨୦୨୦-୨୧ ଶିକ୍ଷାବର୍ଷରେ ରାଜ୍ୟର ୨ ହଜାର ୨୮ଟି କଲେଜର ୪ ଲକ୍ଷ ୫୩ ହଜାର ୬୪୩ ସିଟ୍‌ ରହିଥିଲା। ପ୍ରଥମ ପର୍ଯ୍ୟାୟରେ ୨ଲକ୍ଷ ୯୪ ହଜାର ୭୩୫ ବିଦ୍ୟାର୍ଥୀ ନାମ ଲେଖାଇଛନ୍ତି। ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ୧ ଲକ୍ଷ ୫୮ ହଜାର ୯୦୮ ସିଟ୍‌ ଖାଲି ରହିଛି । କଳା ପାଠ୍ୟକ୍ରମରେ ୨ ଲକ୍ଷ ୪୦ ହଜାର ୫୮୬ ସିଟ୍‌ ମଧ୍ୟରୁ ୧ ଲକ୍ଷ ୮୯ ହଜାର ୯୭୨ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ସେହିପରି ବିଜ୍ଞାନରେ ୧ ଲକ୍ଷ ୪୫ ହଜାର ୯୯୮ ସିଟ୍‌ ମଧ୍ୟରୁ ୭୧ ହଜାର ୩୧୬ ଛାତ୍ରଛାତ୍ରୀ ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଛନ୍ତି। ବାଣିଜ୍ୟରେ ୪୪ ହଜାର ୩୨୩ ସିଟ୍‌ରୁ ମୋଟ ୨୧ ହଜାର ୫୬୪, ଧନ୍ଦାମୂଳକ ପାଠ୍ୟକ୍ରମରେ ୧୧ ହଜାର ୨୪ ସିଟ୍‌ରୁ ୪ ହଜାର ୮୭୫ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ବଳକା ସିଟ୍‌ରେ ୫ରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବା। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ୬ରୁ ୮ ତାରିଖ ମଧ୍ୟରେ ହେବ। ୧୩ ତାରିଖରେ ସ୍ପଟ୍‌ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ୧୩ରୁ୧୫ ମଧ୍ୟରେ ବଳକା ସିଟ୍‌ ପାଇଁ ଛାତ୍ରଛାତ୍ରୀ ଆବେଦନ କରିବେ। ୧୫ରେ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୧୬ରେ ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ। ଅକ୍ଟୋବର ୧୭ ସୁଦ୍ଧା ନାମଲେଖା ପ୍ରକ୍ରିୟ‌ା ଶେଷ ହେବ।

Comments are closed.