ସଡକ ଦୁର୍ଘଟଣାରେ ଜଣେ ମୃତ, ୨ ଗୁରୁତର

ବାଲେଶ୍ବର: ସିମୁଳିଆ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଏକ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଠିଆ ହୋଇଥିବା ବେଳେ ପଛରୁ ଏକ କାର ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ କାର୍ ଚାଳକଙ୍କ ମୃତ୍ୟୁ ହୋଇଛି। କାରରେ ଥିବା ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Comments are closed.