ଘର ଭିତରେ ଶ୍ୱାସରୁଦ୍ଧ ହୋଇ ୨ ମୃତ ; ୨ ଗୁରୁତର

କେନ୍ଦୁଝର : କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ କାଠବାଡି ଗାଁରେ ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଥିବା ଶୁକ୍ରବାର ଜଣାପଡ଼ିଛି। ଘର ଭିତରେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ହୋଇଛନ୍ତି। ଘରେ ଜେନେରେଟର ଅନ କରି ଶୋଇଥିବା ବେଳେ ଏହି ଅଘଟଣ ଘଟିଛି ବୋଲି ପ୍ରାର୍ଥମିକ ତଦନ୍ତରୁ ଜଣାପଡ଼ିଛି। ସଭିଏଁ ଗୋଟିଏ ପରିବାରରୁ ବୋଲି କୁହାଯାଉଛି। ଶ୍ୱାସରୁଦ୍ଧ ପରେ ସଭିଁଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ୨ଜଣଙ୍କୁ ଡ଼ାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟ ଜଣେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଜଣଙ୍କୁ କେନ୍ଦୁଝର ମେଡ଼ିକାଲରେ ଭର୍ତ୍ତି କରାଯାଇଛି।