ଦେଶରେ ୨୪ ଘଣ୍ଟାରେ ୨ ଲକ୍ଷ ୫୯ ହଜାର ନୂଆ ସଂକ୍ରମିତ; ୧୭୬୧ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ଏବେ ୩ ଲକ୍ଷ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୫୯ ହଜାର ୧୭୦ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି ୨୪ ଘଣ୍ଟାରେ ୧୭୬୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏଥିସହିତ କରୋନା ମୃତ୍ୟୁସଂଖା ୧ ଲକ୍ଷ ୮୦ ହଜାର ୫୩୦କୁ ବୃଦ୍ଧିପାଇଛି। ସଂକ୍ରମିତଙ୍କ ମଧ୍ୟରୁ ୧ କୋଟି ୩୧ ଲକ୍ଷ ୮ ହଜାର ୫୮୨ ଜଣ ସୁସ୍ଥ ହୋଇସାରିଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୦ ଲକ୍ଷ ୩୧ ହଜାର, ୯୭୭ ରହିଛି। ଏପର୍ଯ୍ୟନ୍ତ ଦେଶରେ ମୋଟ ୧୨,୭୧,୨୯,୧୧୩ ଡୋଜ ଟିକାକରଣ ଶେଷ ହୋଇଛି।

Comments
Loading...