ତପ୍ତପାଣି ବସ୍‌ ଦୁର୍ଘଟଣା: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ଵର: ଗଞ୍ଜାମ ଜିଲାର ତପ୍ତପାଣି ଘାଟିରେ ବସ୍‌ ଓଲଟି ପଡ଼ିବା ଫଳରେ ୮ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ମୃତକ ଏବଂ ଆହତଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ପୀଡ଼ିତମାନଙ୍କୁ ସହାୟତା ଏବଂ ଉଦ୍ଧାର କାର୍ଯ୍ୟ ତ୍ଵରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲାପାଳ ଏବଂ ଏସପିଙ୍କୁ ନିର୍ଦେଶ ଦେଇଛନ୍ତି।

Comments are closed.