ଶନିବାର ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

ଭୁବନେଶ୍ବର : ଆସନ୍ତା ସେପ୍ଟେମ୍ବର ୫ ତାରିଖ ଶନିବାର ଯୁକ୍ତ ଦୁଇ କଳା ଫଳାଫଳ ପ୍ରକାଶ ପାଇବ। ଏହାସହ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ।  ଅପରାହ୍ଣ ୪ଟାରେ କଳା ରେଜଲ୍ଟ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ଚଳିତବର୍ଷ ୨ ଲକ୍ଷ ୨୫ ହଜାର ଛାତ୍ରଛାତ୍ରୀ କଳା ଓ ୭ ହଜାର ୭୫୦ ଛାତ୍ରଛାତ୍ରୀ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେଇଛନ୍ତି। ଗତ ୧୨ ତାରିଖରେ ବିଜ୍ଞାନ ଓ ୧୯ ତାରିଖରେ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।

Comments are closed.