୩୧ ସନ୍ଧ୍ୟାରେ ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ଫଳ

ଭୁବନେଶ୍ବର : ୨୦୨୧ ମସିହା ବାର୍ଷିକ ଉଚ୍ଚ ମାଧ୍ୟମିକ ପରୀକ୍ଷାର ବିଜ୍ଞାନ ଓ ବାଣିଜ୍ୟ ଶିକ୍ଷା ପାଠ୍ୟକ୍ରମର ଫଳ ଆସନ୍ତା ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ। କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ପ୍ରକାଶ ନେଇ କାଗଜପତ୍ର ଯାଞ୍ଚକୁ ଅଧିକ ତ୍ବାରାନ୍ବିତ କରାଯାଇଛି। ୩୧ ତାରିଖ ପରେ କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବଶୀଘ୍ର ପ୍ରକାଶନ ପାଇଁ ପରିଷଦ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି। ଏଥି ପାଇଁ  ଅନୁମତି ନିମନ୍ତେ ପରିଷଦ ପକ୍ଷରୁ ସୁପ୍ରିମ କୋର୍ଟରେ ଯାଚିକା ଦାଖଲ କରାଯାଇଛି।

ଖୁବଶୀଘ୍ର କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ପ୍ରକାଶନ ପାଇଁ ସମସ୍ତ ପ୍ରସ୍ତୁତି ଜାରି ରହିଛି ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.