ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ; ଜଣେ ଯବାନ ଆହତ

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀର ଅନ୍ତର୍ଗତ ଅୱନ୍ତିପୁରାର ସାମବୋରା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୋମବାର ଜଣାପଡ଼ିଛି। ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିପାରି ନାହିଁ। ଏହାସହ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହାସହ ସ୍ଥାନୀୟ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ଜଣାପଡ଼ିବା ପରେ ସର୍ଚ୍ଚ ଅପରେସନ ଜାରି ରହିଛି।
ସୂଚନା ଯୋଗ୍ୟ, ଗତକାଲି ସମବୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ଜଣାପଡ଼ିବା ପରେ ସେନାଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହାପରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା।

Comments are closed.