ପୁଲୱାମାରେ ଏନକାଉଣ୍ଟର ; ୨ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀରର ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ଏକ ବଡ ସଫଳତା ମିଳିଥିବା ନେଇ ବୁଧବାର ଜଣାପଡ଼ିଛି। ପୁଲୱାମାର ଟିକନ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ବତ୍ତର୍ମାନ ମଧ୍ୟ ତଲାସି ଅଭିଯାନ ଜାରି ରହିଛି। ମିଳିଥିବା ସୂଚନା ଅନୁଯାୟୀ, ପୁଲୱାମାର ଟିକନ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାଉ କରିବା ସହ ତଲାସି ଆରମ୍ଭ କରିଥିଲେ। ନିଜକୁ ଘେରାଉ ଅବସ୍ଥାରେ ଦେଖି ଆତଙ୍କବାଦୀ ଗୁଳି ଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଥିଲେ।

Comments are closed.