ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ; ୨ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀରର କୁଲଗାମ ଚିଙ୍ଗାମ ସେକ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି।ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ ଘଟଣାସ୍ଥଳରୁ ବିଭିନ୍ନ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।
ସୂଚନା ଯୋଗ୍ୟ, ଜମ୍ମୁ-କାଶ୍ମୀରର କୁଲଗାମ ଜିଲାର ଚିଙ୍ଗାମ ଅଞ୍ଚଳରେ ଆତଙ୍କବାଦୀ ଥିବା ନେଇ ସୂଚନା ମିଳିବା ପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାଉ କରିଥିଲେ। ନିଜକୁ ଘେରାଉ ଅବସ୍ଥାରେ ଦେଖି ଆତଙ୍କବାଦୀ ଗୁଳିଚାଳନା କରିଥିଲେ। ଏହାପରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଥିଲେ।

Comments are closed.