ରାଜ୍ୟରେ କରୋନା ନେଲା ଆଉ ୯ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୭୧୦

ଭୁବନେଶ୍ବର: ରାଜ୍ୟରେ ସୋମବାର କରୋନା ଆଉ ୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୯ ଜଣ ମୃତକଙ୍କ ମଧ୍ୟରୁ କେନ୍ଦୁଝର ଜିଲାରୁ ସର୍ବାଧିକ ୨ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ନବରଙ୍ଗପୁର, ନୟାଗଡ, ଖୋର୍ଦ୍ଧା, କନ୍ଧମାଳ, ମୟୁରଭଞ୍ଜ, ବାଲେଶ୍ବର, ଜଗତସିଂହପୁର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.