ରାଜ୍ୟର ୨୯ ଜିଲାରୁ ଆଜି ୨୨୪୪ ପଜିଟିଭ୍ ଚିହ୍ନଟ : ୬୨,୨୯୪ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରୁ ଆଜି ଆଉ ୨୨୪୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟର ୨୯ ଜିଲାରୁ ଚିହ୍ନଟ ୨୨୪୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୯୦ ଜଣ କ୍ବାରେଣ୍ଟାଇନରୁ ରହିଥିବା ବେଳେ ୮୫୪ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ସୋମବାର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୨୯୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୯ ଲକ୍ଷ ୫୮ ହଜାର ୯୨୯ ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୬୨ ହଜାର ୨୯୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ପଜିଟିଭଙ୍କ ମଧ୍ୟରୁ ୩୫୩ ଜଣଙ୍କର ମୃତ୍ୟୁ କରୋନାରେ ହୋଇଥିବା ବେଳେ ୫୪ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ୪୨ ହଜାର ୨୭୬ ଜଣ ସୁସ୍ଥ ହୋଇଥିବା ବେଳେ ୧୯ ହଜାର ୬୧୨ ଜଣ ଚିକିତ୍ସିତ ହେଉଛନ୍ତି।

Comments are closed.