ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା : ଆଜି ଗୋଟିଏ ଦିନରେ ସର୍ବାଧିକ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ଆଜି ରାଜ୍ୟରେ ରେକର୍ଡ ଭାଙ୍ଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଶନିବାର ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୨୨୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଶନିବାର ରାଜ୍ୟରୁ ଚିହ୍ନଟ ହୋଇଥିବା ୨୨୫ ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୯୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ ଜଣ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ ଜଣ ରହିଛନ୍ତି ।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୭୨୩ ଜଣ କରୋନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୭୪ ଜଣ ସୁସ୍ଥ ହୋଇଥିବା ବେଳେ ୧୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୩ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗଯୋଗୁ ମୃତ୍ୟୁ ହୋଇଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨୩୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.