ଆଉ ୨୩୭ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୫୩୪କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଶନିବାର ରେକର୍ଡ ସଂଖ୍ୟକ ୨୩୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୫୩୪କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୭୦ଜଣ, ଖୋର୍ଦ୍ଧାରୁ ୫୪, ଜଗତସିଂହପୁର ୨୦, କନ୍ଧମାଳରୁ ୧୯ ଓ ଗଞ୍ଜାମରୁ ୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଭଦ୍ରକ ଓ ମୟୂରଭଞ୍ଜରୁ ୯ଜଣ ଲେଖାଏଁ, କେନ୍ଦୁଝରରୁ ୮, ଢେଙ୍କାନାଳ ଓ ପୁରୀରୁ ୭ ଜଣ ଲେଖାଏଁ, କେନ୍ଦ୍ରାପଡା ଓ ନୟାଗଡରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି।

ଅନ୍ୟ ପକ୍ଷରେ କଳାହାଣ୍ଡି, ମାଲକାନଗିରି ଏବଂ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବୌଦ୍ଧ, ଝାରସୁଗୁଡା ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି।

 

Comments are closed.