ଖୁସି ଖବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ୨୪ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୧୯, ବାଲେଶ୍ଵର ୨ ଏବଂ ଯାଜପୁରରୁ ୩ ଜଣ ରହିଛନ୍ତି । ସୁସ୍ଥ ହୋଇଥିବା ଏହି ୨୪ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ୍ ୨୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୮୨୮ଟି ପଜିଟିଭ ଚିହ୍ନଟ ହୋଇଛି । ୨୨୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି।  । ସେହିପରି ୬୦୪ଟି ସକ୍ରିୟ ଆକ୍ରାନ୍ତ ବର୍ତ୍ତମାନ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.