ଦେଶରେ ୨୪ ଘଣ୍ଟାରେ ୨୫,୪୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫,୪୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହି ସମୟ ମଧ୍ୟରେ ଦେଶରେ ୩୭,୧୨୭ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଦୈନିକ ସଂକ୍ରମଣ ହାର ୧.୭୮% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୭% ରହିଛି। ଏଥିସହିତ କରୋନାରୁ ଆରୋଗ୍ୟ ହାର ୯୭.୫୮% ରହିଛି। ଇତିମଧ୍ୟରେ ଦେଶରେ ୩,୨୪,୮୪,୧୫୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି। ଏଥିସହିତ ୫୪.୪୪ କୋଟି କୋଭିଡ ନମୁନା ପରୀକ୍ଷା କରାଯାଇସାରିଛି। ସୋମବାର ସଂଧ୍ୟା ସୁଦ୍ଧା ଦେଶରେ ମୋଟ ୭୫.୨୨ କୋଟି ପାନ କୋଭିଡ ଟିକା ଦିଆଯାଇସାରିଛି।

Comments are closed.