ଗୁରୁବାର ରାଶିଫଳ ( ୨୮-୦୧-୨୦୨୧ )

ମେଷ: ପରିଶ୍ରମ ଯେତେ କଠିନ ହେଲେ ବି ତା’ର ଉପଯୁକ୍ତ ଫଳ ମିଳିବ। ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଯାନବାହନ ସୁଖ ମିଳିପାରେ। ଗୃହ ପରିବେଶ ସ୍ବାସ୍ଥ୍ୟପ୍ରଦ ହେବ। କାର୍ଯ୍ୟରେ ସଫଳ ହେବା କଷ୍ଟକର।

ବୃଷ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ଭଗବତ ପ୍ରେମୀ ହେବେ। ଦେବ ଦର୍ଶନ ଓ ପୂଜନର ସୁଯୋଗ ଅଛି। ଅଶାନ୍ତିରୁ ଶାନ୍ତ ବାତାବରଣ ଅଭିମୁଖେ ଗତି କରିବେ। ସରକାରୀ ସ୍ତରରୁ ଲାଭ ଉଠାଇପାରନ୍ତି।

ମିଥୁନ: ଆକସ୍ମିକ ସମସ୍ୟା ଉପୁଜିଲେ ବି ତାହାର ସୁ ସମାଧାନ କରିବାରେ ସଫଳ ହେବେ। ସ୍ବାସ୍ଥ୍ୟ ହାନିର ଆଶଙ୍କା ଉପୁଜି ପାରେ। ପରୋପକାରୀ ହେବେ। ନୀତିଜ୍ଞ ହୋଇପାରନ୍ତି। ବିବିଧ ଧନଯୁକ୍ତ ହେବେ। ସ୍ଖଳିତ ବାକ୍ୟ ବ୍ୟବହାର କରି ସମାଲୋଚିତ ହେବେ।

କର୍କଟ: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହୋଇପାରନ୍ତି। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ବାସ୍ଥ୍ୟ ଅତୁଟ ରହିବ। ଚିନ୍ତାଧାରା ସୁଦୂରପ୍ରସାରୀ ହେବ।

ସିଂହ: ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ବନ୍ଧୁ ବିରୋଧୀ ଘଟିପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ମଧୁର ବାକ୍ୟରେ ଜନମନ କରିପାରନ୍ତି।

କନ୍ୟା: ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସୁସମ୍ବାଦ ଶୁଣି ଖୁସି ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କରିତ୍‌କର୍ମା ହେବେ।

ତୁଳା: ଶୁଭ ସମାଚାର ମିଳିପାରେ। କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। ଆର୍ଥିକ ସ୍ଥିତିର କ୍ରମବର୍ଦ୍ଧନ ହେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ପ୍ରତିଯୋଗିତାରେ ବିଜୟ ହାସଲ କରିବେ।

ବିଛା: କାର୍ଯ୍ୟରେ ସଫଳତା ଲାଭ କରିବେ। କୌଶଳ କ୍ରମେ କ୍ଷମତାର ଅଭିବୃଦ୍ଧି ଘଟାଇ ତାହାର ସଦ୍‌ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ପ୍ରବଚନ କ୍ଷେତ୍ରରେ ଉପସ୍ଥିତ ରହି ଧର୍ମମାର୍ଗରେ ମନନିବେଶ କରିବେ।

ଧନୁ: ସାହସୀ ହେବେ। କୁଶଳତା ଓ ବାଞ୍ଛିତ କାର୍ଯ୍ୟ କରିପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହୋଇପାରନ୍ତି। କାର୍ଯ୍ୟରେ ବିଘ୍ନ ଘଟାଇବାକୁ ଅନ୍ୟ କେହି ଉଦ୍ୟମ ଚଳାଇପାରନ୍ତି। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ମକର: ସୁଖକର ବହୁ ଘଟଣା ଘଟିବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ଆନନ୍ଦ ଉପଭୋଗ କରିପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ।

କୁମ୍ଭ: ସହକର୍ମୀମାନଙ୍କ ପୂର୍ଣ୍ଣ ସହଯୋଗରୁ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ପାଇ ଖୁସି ହୋଇପାରନ୍ତି। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଋଣ ପରିଶୋଧ କରିପାରନ୍ତି।

ମୀନ: ପୂର୍ବ ପ୍ରସ୍ତୁତି ସ୍ବରୂପ ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭ ସମାଚାର ପାଇ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟରୁ ପ୍ରଚୁର ଧନ ମିଳିବ।

Comments are closed.