ସୋମବାର ରାଶିଫଳ (୨୯। ୬। ୨୦୨୦)

ମେଷ: ପ୍ରିୟାପ୍ରୀତି ତୋଷଣ କରିପାରନ୍ତି। କାର୍ଯ୍ୟକୁ କରାୟତ୍ତ କରିବା ପାଇଁ ଇଚ୍ଛାଶକ୍ତି ପ୍ରୟୋଗ କରିବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ଋଣ ପରିଶୋଧ କରିପାରନ୍ତି।

ବୃଷ: ଦୁଃସାହସିକ କାର୍ଯ୍ୟ କରି ପ୍ରଶଂସନୀୟ ହେବେ। ପଢ଼ା-ପଢ଼ିରେ ମନୋନିବେଶ କରିବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଘାତଚନ୍ଦ୍ର ପାଇଁ ସତର୍କରେ ଚଳିବେ।

ମିଥୁନ: ଶ୍ରମର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ। ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି। ପରୋପକାରକୁ ଜୀବନର ବ୍ରତଭାବେ ଗ୍ରହଣ କରିବେ।

କର୍କଟ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବ ଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତିର ଅବସାନ ଘଟିବ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି। ପ୍ରିୟଭାଷୀ, ଧନ, ବାହନଯୁକ୍ତ ଓ ବଳବାନ୍‌ ହେବେ।

ସିଂହ: ସୁଖ-ସନ୍ତୋଷ ଲାଭ କରିପାରନ୍ତି। ଆକସ୍ମିକ ସମସ୍ୟାର ସମାଧାନ କରିବାରେ ସଫଳ ହେବେ। ଧନାଗମର ସୂଚନା ମିଳୁଛି। ‘ବାଣିଜ୍ୟେ ବସତି ଲକ୍ଷ୍ମୀ’ର ସୁଯୋଗ ଅଛି। କୁଶଳୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ଆଶା କରାଯାଏ।

କନ୍ୟା: ଭଲ ଆୟ ପାଇଁ ଆଶାବାଦୀ ହେବେ ଓ ସଫଳତା ମିଳିବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଶରୀର ସୁସ୍ଥ ରହିବ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁ ଜୁଟିବେ।

ତୁଳା: ଶତ୍ରୁ ଦମନ କରିବାରେ ବହୁ ଅର୍ଥ ବ୍ୟୟ କରିପାରନ୍ତି। ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ବିବାଦୀୟ ଘଟଣାରେ ଜଡ଼ିତ ନ ହୋଇ ନୀରବ ଦର୍ଶକ ସାଜି ପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତ ହେବେ।

ବିଛା: ପ୍ରତ୍ୟେକ କ୍ଷେତ୍ରରେ ଅପୂର୍ବ ସଫଳତା ଲାଭ କରିବେ। ସୁସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିୟୋଜିତ ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ଧନୁ: କାର୍ଯ୍ୟରେ ସଫଳତା ଲାଭ କରିବେ। ପରୋପକାରରେ ନିଜକୁ ନିୟୋଜିତ କରିପାରନ୍ତି। ଶୁଭ ସମାଚାର ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଶୁଭକାର୍ଯ୍ୟ କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ।

ମକର: ଯାତ୍ରାକାଳୀନ ମାର୍ଗ ଉନ୍ମୁକ୍ତ ରହିଛି। ମନ ପ୍ରସନ୍ନ ରହିବ। କାର୍ଯ୍ୟରେ ସଫଳତା ଲାଭ କରିବେ। କ୍ଷମତାର ସଦ୍‌ବ୍ୟବହାର କରିବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଭାଗ୍ୟବାନ୍‌ ହେବେ।

କୁମ୍ଭ: ‘ଯେସା କୁ ତେସା’ ନୀତି ଅବଲମ୍ବନ କରି କୃତକାର୍ଯ୍ୟ ହେବେ। ବିଭିନ୍ନ ସ୍ତରରେ ସମ୍ମାନିତ ହେବେ। ଅର୍ଥ ଟାଣ-ଟୁଣ ରହିବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଯାନବାହନରେ ସତର୍କତା ଲୋଡ଼ା।

ମୀନ: ଯାତ୍ରା ଶୁଭପ୍ରଦ ହେବ। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିବେ। କର୍ମତତ୍ପରତା ପ୍ରକାଶ ପାଇବ।

Comments are closed.