ଦେଶରେ ଦିନକରେ ୩, ୬୬, ୧୬୧ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୩୭୫୪

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଲକ୍ଷ ୬୬ ହଜାର ୧୬୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ହଜାର ୭୫୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁଯାୟୀ, ଦେଶରେ ମୋଟ କରୋନା ସଂକ୍ରମଣ ୨ କୋଟି ୨୬ ଲକ୍ଷ ୬୨ ହଜାର ୫୭୫କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୪୬ ହଜାର ୧୧୬ରେ ପହଞ୍ଚିଛି।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩ ଲକ୍ଷ ୫୩ ହଜାର ୮୧୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ଆରୋଗ୍ୟ ସଂଖ୍ୟା ୧ କୋଟି ୮୬ ହଜାର ୭୧ ହଜାର ୨୨୨ରେ ପହଞ୍ଚିଛି।

Comments are closed.