ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ବ୍ଲକ ଆଗରେ ବିକ୍ଷୋଭ

ବେଗୁନିଆ : ରନ୍ଧନ ଗ୍ୟାସର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଆଜି ବେଗୁନିଆ ବ୍ଲକ ଆଗରେ ବିଜୁ ମହିଳା ,ଯୁବ ଏବଂ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ବିଧାୟକ ରାଜେନ୍ଦ୍ରକୁମାର ସାହୁ ଗ୍ୟାସ ଦର ବୃଦ୍ଧିର ପ୍ରତିବାଦ କରି  ବକ୍ତବ୍ୟ ପ୍ରଦାନ କରିଥିଲେ । ଏତଦ୍ ବ୍ୟତୀତ ବିଜେଡିର ପଞ୍ଚାୟତ ସ୍ତରୀୟ ନେତା ଏବଂ କର୍ମୀ ମାନେ ଉପସ୍ଥିତ ଥିଲେ ।ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ବେଗୁନିଆ ବି ଡି ଓ ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା ।

Comments are closed.