ରାଜ୍ୟରୁ ଆଉ ୩ ମୁଣ୍ଡ ନେଲା କରୋନା, ୧୮୫୩ ଛୁଇଁଲା ରାଜ୍ୟର ମୋଟ୍ ମୃତକଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରୁ ଆଉ ୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଆଜି ମୃତ୍ୟୁବରଣ କରିଥିବା ୩ ମୃତକଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୮୫୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


ଆଜି ରାଜ୍ୟରୁ ମୃତ୍ୟୁ ବରଣ କରିଥିବା ୩ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ଜଣେ ରହିଥିବା ବେଳେ ବାଲେଶ୍ବର ଏବଂ ଢେଙ୍କାନାଳ ଜିଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୭ ଲକ୍ଷ ୭୦ ହଜାର ୧୦୪  କରୋନା ନମୂନା ଟେଷ୍ଟ ହୋଇଥିବା ବେଳେ ମୋଟ୍ ୩ ଲକ୍ଷ ୨୭ ହଜାର ୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨ ହଜାର ୯୮୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୨୨ ହଜାର ୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୫୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

Comments are closed.