ଅଜଣା ଗାଡ଼ି ଧକ୍କାରେ ୩ ମୃତ, ଜଣେ ଗୁରୁତର

ହୀରାକୁଦ: ସମ୍ବଲପୁର ବରେଇପାଲି ଛକରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗତକାଲି ବିଳମ୍ବିତ ରାତିରେ ଅଜଣା ଗାଡି ଧକ୍କାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।

ସୂଚନା ମୁତାବକ, ୨ଟି ବାଇକ‌ରେ ୪ ଜଣ ଯାଉଥିଲେ। ହଠାତ୍‌ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ସେମାନଙ୍କ ମଧ୍ୟରୁ ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନ୍ୟଜଣେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମୃତାହତମାନେ ହୀରାକୁଦ ଅଂଚଳର ହୋଇଥିବା ସୂଚନା।

Comments are closed.