କନ୍ଧମାଳ: ୩ଟି ବ୍ଲକରେ ୩ ଜଣ ନୂଆ ସଂକ୍ରମିତ ଚିହ୍ନଟ

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ୧୨ଟି ବ୍ଳକରୁ ୯ଟି ବ୍ଲକରେ ଆଜି ନୂଆ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ଶୁନ୍‍ ରହିଥିବା ବେଳେ ଜିଲ୍ଲାର ଆଉ ୩ଟି ବ୍ଲକରେ ୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୮୭୬ ହୋଇଛି। ସମସ୍ତ ଆକ୍ରାନ୍ତମାନଙ୍କ ମଧ୍ୟରୁ ଆଜି ସୁଦ୍ଧା ୫,୮୦୩ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩ ରହିଛି। ଆଉ ୪୦ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଆଜିର ସଂକ୍ରମିତମାନଙ୍କ ମଧ୍ୟରୁ ଜିଲ୍ଲାର ଫୁଲବାଣୀ ପୌରାଂଚଳରେ, ବାଲିଗୁଡାରେ ଏବଂ ରାଇକିଆରେ ଜଣେ ଲେଖାଏଁ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Comments are closed.