ଶୋପିଆନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ; ୩ ଆତଙ୍କବାଦୀ ନିହତ

ଶ୍ରୀନଗର : ଜମ୍ମୁ-କାଶ୍ମୀରର ଶୋପିଆନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ନିକଟରୁ ବହୁ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ ହୋଇଛି। ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି। ଆତଙ୍କବାଦୀ ଆତ୍ମସମର୍ପଣ ପରିବର୍ତ୍ତେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିଚାଳନାରେ ୩ ଆତଙ୍କବାଦୀ ନିହତ ହୋଇଥିଲେ।

 

Comments are closed.