ଖୁସି ଖବର : ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଆଉ ୩୦କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୦୭କୁ ବୃଦ୍ଧି ପାଇଛି । ୩୦ କରୋନା ଆକ୍ରାନ୍ତଙ୍କ ସୁସ୍ଥ ମଧ୍ୟରେ ଗଞ୍ଜାମରରୁ ୨୦, କେନ୍ଦ୍ରାପଡ଼ାରୁ ୫, ନୟାଗଡ଼ରୁ ଜଣେ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ୨ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୭୮ ଜଣ କରୋନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫ ଜଣଙ୍କର ମୃତ୍ୟୁୃ ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟର ୬୬୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.