ଚିନ୍ତା ବଢ଼ାଇଲା ମୃତ୍ୟୁ ସଂଖ୍ୟା, ଦିନକରେ ୩୫୪ ମୃତ

ନୂଆଦିଲ୍ଲୀ: କରୋନା ଭୂତାଣୁର ୨ୟ ଲହର ପୂର୍ବାପେକ୍ଷା ଅଧିକ ଉଗ୍ର ହେଉଥିବା ଦେଖିବାକୁ ମିଳିଛି। ଗତବର୍ଷ ତୁଳନାରେ ନୂଆ ଷ୍ଟ୍ରେନର ସଂକ୍ରମଣ ହାର ଦ୍ରୁତଗତିରେ ବଢ଼ୁଥିବାବେଳେ ମୃତ୍ୟୁ ସଂଖ୍ୟା ବି ଚିନ୍ତାରେ ପକାଇଛି। ଗତ ୨୪ ଘଣ୍ଟାରେ ୩୫୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି, ଯାହାକୁ ନେଇ ଉଦବେଗ ପ୍ରକାଶ ପାଇଛି। ଏହାକୁ ମିଶାଇ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୧ ଲକ୍ଷ ୬୨ ହଜାର ୪୬୮କୁ ବୃଦ୍ଧି ପାଇଛି।

ଅନ୍ୟପଟେ ଗତ ମଙ୍ଗଳବାର ତୁଳନାରେ ବୁଧବାର ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହୋଇଛି। ଗତ ମଙ୍ଗଳବାର ୫୬ ହଜାରରୁ ଅଧିକ କରୋନା ସଂକ୍ରମିଚ ଚିହ୍ନଟ ହୋଇଥିଲାବେଳେ ଗତ ୨୪ ଘଣ୍ଟାରେ ୫୩ ହଜାର ୪୮୦ ନୂଆ ଆକ୍ରାନ୍ତ ଠାବ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୧ ଲକ୍ଷ ୪୯ ହଜାର ୩୩୫ରେ ପହଞ୍ଚିଛି।

Comments are closed.