ରାଜ୍ୟର ୩୦ ଜିଲାରୁ ଆଉ ୩୯୧୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣରେ ବ୍ରେକ ଲଗାଇବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ଚେଷ୍ଟା ଜାରି ରଖିଥିଲେ ମଧ୍ୟ କରୋନା ସଂକ୍ରମଣ ବୋଲ ମାନୁନାହଁ। ଏହାରି ମଧ୍ୟରେ ରବିବାର  ରାଜ୍ୟର ୩୦ ଜିଲାରୁ ଆଉ ୩ ହଜାର ୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୩ ହଜାର ୯୧୩ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୨୩୪୮ ଓ ସ୍ଥାନୀୟ ଅଞ୍ଚଳରୁ ୧୫୬୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ରାଜ୍ୟରୁ ବର୍ତ୍ତମାନ ସୁଦ୍ଧା ୨୪ ଲକ୍ଷ ୨୩ ହଜାର ୧୨୪ କରୋନା ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୧ ଲକ୍ଷ ୫୦ ହଜାର ୮୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ସେଥିମଧ୍ୟରୁ ୧ ଲକ୍ଷ ୧୫ ହଜାର ୨୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୨୬ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ବର୍ତ୍ତମାନ ୩୪ ହଜାର ୮୪୯ ଜଣ  କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.