ରାଜ୍ୟରେ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ ଭଦ୍ରକ ଜିଲାରେ ଜଣେ ଲେଖାଏଁ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧିପାଇଛି। ମୃତ୍ୟୁସଂଖ୍ୟା ହ୍ରାସ ପାଇଥିବାବେଳେ ଦିନକ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟାରେ ପୁଣି ବୃଦ୍ଧି ପରିଲକ୍ଷିତ ହୋଇଛି।

Comments are closed.