ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭ ମୃତ

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଦୈନିକ ସଂକ୍ରମଣରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା କିଛିଦିନ ଧରି ୪୦ ଅଥବା ତାହା ଉପରେ ରହୁଛି । ସଂପ୍ରତି ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଅନେକ ଆଇସିୟୁ ଏବଂ ଭେଣ୍ଟିଲେଟରରେ ରହିଥିବାରୁ ମୃତ୍ୟୁସଂଖ୍ୟା କମୁନଥିବା କହିଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ।
ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏଥିସହିତ ବରଗଡରୁ ୫, କଟକ ୫, ନୟାଗଡରୁ ୫ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଅନୁରୂପ ଭାବେ ପୁରୀ ଜିଲାରୁ ୪, ଗଞ୍ଜାମରୁ ୩ ଓ ଅନୁଗୁଳ ଜିଲାରେ ୩ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡିରୁ ୨, ଭଦ୍ରକ, ଢେଙ୍କାନାଳ ଓ ଯାଜପୁର, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।

Comments are closed.