ଦିନକରେ ୪୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୪୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏଥିସହିତ ଗଞ୍ଜାମ, କଳାହାଣ୍ଡି ଓ ପୁରୀ ଜିଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାଣ ହରାଇଛନ୍ତି। ସେହିଭଳି କଟକ, ଜଗତସିଂହପୁର, ରାୟଗଡା, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କର ଏହି ସମୟରେ ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ବରଗଡ, ବଉଦ, ମୟୁରଭଞ୍ଜ ଜିଲାରୁ ଦୁଇଜଣ ଲେଖାଏଁ ଏବଂ ସମ୍ବଲପୁର, ଢେଙ୍କାନାଳ, ଗଜପତି, କନ୍ଧମାଳ, ନୂଆପଡା ଓ କେନ୍ଦୁଝର ଜିଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

Comments
Loading...