ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୭୮ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ସଂଧ୍ୟାସୁଦ୍ଧା ମୋଟ ୪୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୮୧ ଓ ସ୍ଥାନୀୟ ସଂକ୍ରମିତ ୧୯୭ ଜଣ ରହିଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୭ ଜଣ ରହିଛନ୍ତି । ଅନୁଗୁଳ ଜିଲାରେ ୭, ବାଲେଶ୍ୱର ୨୫, ଭଦ୍ରକ ୪, କଟକରେ ୫୭ ଜଣ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳରେ ୧୨, ଗଜପତି ୨, ଗଞ୍ଜାମ ୩, ଜଗତସିଂହପୁର ୨୯, ଯାଜପୁର ୧୬ ଓ ଝାରସୁଗୁଡାରେ ୭ ଜଣ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲାରେ ୧, କେନ୍ଦ୍ରାପଡା ୩, କେନ୍ଦୁଝର ୧, ଖୋର୍ଦ୍ଧା ୨୧୧, ମାଲକାନଗିରିରେ ଜଣେ ଚିହ୍ନଟ ହୋଇଛନ୍ତି । ମୟୁରଭଞ୍ଜ ଜିଲାରେ ୧୩, ନୟାଗଡ ୨, ପୁରୀ ୧୪, ସମ୍ବଲପୁରରେ ୧୨ ଜଣ ଚିହ୍ନଟ ହୋଇଛନ୍ତି । ସେହିଭଳି ସୋନପୁର ୧, ସୁନ୍ଦରଗଡ ୧୦ ଓ ଷ୍ଟେଟପୁଲରୁ ୪୭ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ରାଜ୍ୟରେ ୬୯୧ ଜଣ ସୁସ୍ଥ ହୋଇଛନ୍ତି । ସଂପ୍ରତି ରାଜ୍ୟରେ ୫୩୩୬ ସକ୍ରିୟ କରୋନା ରୋଗୀ ରହିଛନ୍ତି ।

Comments are closed.